ଦେଶ ବିଦେଶ

ଆଜିଠୁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ – bajravana

[ad_1]

ନୂଆଦିଲ୍ଲୀ : ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ସେପ୍ଟେମ୍ବର ୧୭ ତାରିଖ ଯାଏଁ ଉଦ୍ୟାନ ଲୋକଙ୍କ ପାଇଁ ଖୋଲାରହିବ । ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସରେ କେବଳ ଶିକ୍ଷକମାନଙ୍କ ପାଇଁ ଏହାକୁ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି। ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି ।ପର୍ଯ୍ୟଟକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ । ମୋଗଲ ଗାର୍ଡେନରୁ ଅମୃତ ଉଦ୍ୟାନକୁ ପରିବର୍ତ୍ତିତ ହୋଇଥିବା ଏହି ଉଦ୍ୟାନରେ ୧୨ ପ୍ରକାରର ୧୦ ହଜାରୁ ଅଧିକ ଟ୍ୟୁଲିପ ଫୁଲ ରହିଛି । ୭୦ରୁ ଅଧିକ ଅଲଗା ଅଲଗା ପ୍ରଜାତିର ବିଭିନ୍ନ ଫୁଲ ରହିଛି । ଉଦ୍ୟାନକୁ ଦେଶର ପ୍ରଥମ ରାଷ୍ଟ୍ରପତି ଡ. ରାଜେନ୍ଦ୍ର ପ୍ରସାଦ ସାଧାରଣ ଲୋକଙ୍କ ପାଇଁ ଖୋଲିଥିଲେ । ରାଷ୍ଟ୍ରପତି ଭବନକୁ ନିମନ୍ତ୍ରିତ ଅତିଥି ଏବଂ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବିନ୍ଦୁ ସାଜିଥାଏ ଏହି ଅମୃତ ଉଦ୍ୟାନ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button