ଦେଶ ବିଦେଶ

ଦେଶର ପ୍ରମୁଖ ସହରରେ ଆଜିର ପେଟ୍ରୋଲ ଦର

ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି । କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି । ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୯ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୮ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Related Articles

Leave a Reply

Your email address will not be published. Required fields are marked *

Back to top button