ଆଜିଠୁ ବଢିବ ବର୍ଷାର ପରିମାଣ – bajravana
[ad_1]
ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଆଜିଠୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି । କିଛି ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏଥିଲାଗି ପୁରୀ , ଖୋର୍ଦ୍ଧା , କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର , ଭଦ୍ରକ , ଯାଜପୁର , କେନ୍ଦ୍ରାପଡା, ଜଗସିଂହପୁର , ନୟାଗଡ , ଗଞ୍ଜାମ , ଗଜପତି , ସୋନପୁର, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ସେପଟେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଦୁଇ ଦିନ ଧରି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହା ଆସନ୍ତାକାଲି ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।
ତେବେ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକର ତଳିଆ ଅଞ୍ଚଳରେ ପାଣି ଜମି ଜଳବନ୍ଦୀ ସ୍ଥିତି ଉପୁଜିପାରେ । କଚ୍ଚା ଘର ଓ ରାସ୍ତା ମଧ୍ୟ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି । ଆସନ୍ତାକାଲି ଉପକୂଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ଭାରୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
[ad_2]