ଓଡିଶା

୨୪ ଘଣ୍ଟାରେ ୧୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା – bajravana

[ad_1]

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଉତ୍ତର-ପୂର୍ବ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି । ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ଝଡ଼ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବାବେଳେ ୧୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

ଅଗଷ୍ଟ ୧୮ ଅପରାହ୍ନ ସୁଦ୍ଧା ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ସାମିଲ ରହିଛି । ସେଥିପାଇଁ ଉପରୋକ୍ତ ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button