ଆଜି ୧୭ ଜିଲ୍ଲାରେ ବର୍ଷା ହୋଇପାରେ – bajravana
[ad_1]
ଭୁବନେଶ୍ବର: ଗତକାଲିର ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତ୍-ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଶୁକ୍ରବାର କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଯାଇଛି। ଆସନ୍ତାକାଲି ଅର୍ଥାତ୍ ଶନିବାର ମଧ୍ୟ ଲଘୁଚାପର ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଧା, କଟକ, ପୁରୀ, ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଲଘୁଚାପଟି ଆସନ୍ତା ୨ରୁ ୩ ଦିନ ଯାଏ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା-ଉତ୍ତର ଛତିଶଗଡ଼ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ଏଥିସହ ମୌସୁମୀଜନିତ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଏହାର ପୂର୍ବ ଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ଦେହରି, ରାଞ୍ଚି ମଧ୍ୟ ଦେଇ ଓଡ଼ିଶାର ବାଲେଶ୍ବରରୁ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ତତ୍ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏ ଲମ୍ବିଛି। ଫଳରେ ରାଜ୍ୟରେ ଏବେ କିଛି ଦିନ ବର୍ଷା ସମ୍ଭାବନା ରହୁଛି। ଶନିବାର ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ବର୍ଷା ବି ହେବ। ଦିନର ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ।
[ad_2]