ମନୋରଞ୍ଜନ

ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ‘ପ୍ରତୀକ୍ଷା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର – bajravana

[ad_1]

ନୂଆଦିଲ୍ଲୀ: ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ସମ୍ମାନଜନକ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିବାକୁ ମନୋନୀତ ହୋଇଛି। ଆଜି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଦ୍ବାରା ଅନୁମୋଦିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଜୁରି କମିଟି ପକ୍ଷରୁ ଏହି ଘୋଷଣା କରାଯାଇଛି। ୨୦୨୩ ବର୍ଷ ଲାଗି ଘୋଷିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାରର  ଆଞ୍ଚଳିକ ଭାଷାର ଫିଚର ଫିଲ୍ମ ବର୍ଗରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ବିବେଚିତ ହୋଇ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ‘ପ୍ରତୀକ୍ଷା’ ଏହି ପୁରସ୍କାର ଲାଭ କରିଛି। ଏହା ପୂର୍ବରୁ ୨୦୨୨ ମସିହାରେ ଗୋଆରେ ଅନୁଷ୍ଠିତ ୫୩ତମ ଇଣ୍ଟରନ୍ୟାସନାଲ୍ ଫିଲ୍ମ ଫେଷ୍ଟିଭାଲ ଅଫ୍ ଇଣ୍ଡିଆ (ଇଫି)ର ଭାରତୀୟ ପାନୋରମା ବିଭାଗରେ ଏକମାତ୍ର ଓଡ଼ିଆ ଚଳଚ୍ଚିତ୍ର ଭାବେ ପ୍ରଦର୍ଶିତ ହୋଇ ଜାତୀୟ-ଅନ୍ତର୍ଜାତୀୟସ୍ତରରେ ସୁଖ୍ୟାତି ଅର୍ଜନ କରିଥିଲା ‘ପ୍ରତୀକ୍ଷା’। ଡିସେମ୍ବର ୨ ତାରିଖରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରି ‘ପ୍ରତୀକ୍ଷା’ ବେଶ୍ ଦର୍ଶକୀୟ ସଫଳତା ସାଉଁଟି ଥିଲା।

ଅମୀୟ ପଟ୍ଟନାୟକ ପ୍ରଡକ୍ସନ୍ସ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ଅନୁପମ ପଟ୍ଟନାୟକ । ବିଶିଷ୍ଟ କଥାକାର ଗୌରହରି ଦାସଙ୍କ ଏକ କ୍ଷୁଦ୍ରଗଳ୍ପ ଆଧାରରେ ପ୍ରସ୍ତୁତ ‘ପ୍ରତୀକ୍ଷା’ର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଛନ୍ତି ରୋଶନ ବିଷୋଇ। ବର୍ଷା ପଟ୍ଟନାୟକ ଏହାର କାର୍ଯ୍ୟନିର୍ବାହୀ ପ୍ରଯୋଜିକା ରହିଛନ୍ତି। ‘ପ୍ରତୀକ୍ଷା’ରେ ଦୀପନ୍ବିତ ଦାସମହାପାତ୍ର, ଚୌଧୁରୀ ଜୟପ୍ରକାଶ ଦାସ, ବର୍ଷା ପଟ୍ଟନାୟକ, ଶ୍ରୀଲା ତ୍ରିପାଠୀ, ରୂପାମ୍ବିକା ନାୟକ, ସୁଶୀଲ ମିଶ୍ର, ଅବକାଶ ମିଶ୍ର ଓ ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ କଳାକାର ମୁଖ୍ୟଭୂମିକାରେ ଅଭିନୟ କରିଛନ୍ତି । ଅଙ୍କେଶ-ଆଶିଷ ଏହି ଫିଲ୍ମର ସଙ୍ଗୀତକାର ହୋଇଥିବା ବେଳେ ଗୀତ ରଚନା କରିଛନ୍ତି ଦୁର୍ଗାମାଧବ ପଣ୍ଡା ଓ ପ୍ରିୟରଂଜନ ସାହୁ। ଫିଲ୍ମର ଗୀତଗୁଡ଼ିକରେ କଣ୍ଠଦାନ କରିଛନ୍ତି ଆଶିଷ ପ୍ରଧାନ, ହ୍ୟୁମାନ ସାଗର, ବିଶ୍ବଜିତ ମହାପାତ୍ର ଓ ବିଭାସ ରଥ। ‘ପ୍ରତୀକ୍ଷା’ର ସିନେମାଟୋଗ୍ରାଫି ଦାୟିତ୍ବ ଦୀପକ କୁମାର ସମ୍ଭାଳି ଥିବାବେଳେ ଦେବେନ ମିଶ୍ର ସଂପାଦନା ଦାୟିତ୍ବ ନିର୍ବାହ କରିଛନ୍ତି।

ସୂଚନାଯୋଗ୍ୟ, ଗତବର୍ଷ ଇଫିରେ ଏହି ଚଳଚ୍ଚିତ୍ରକୁ ଦେଖିବା ପରେ ଏହାକୁ  ହିନ୍ଦୀ ଭାଷାରେ ରିମେକ୍‌ କରିବା ଲାଗି ଘୋଷଣା କରିଥିଲେ ବିଶିଷ୍ଟ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ଅନୁପମ ଖେର୍‌। ଏଥିପାଇଁ ସେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ରର ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କୁ ଏକ ଟୋକନ ଅର୍ଥରାଶି ମଧ୍ୟ ପ୍ରଦାନ କରିଥିଲେ । ପିତା-ପୁତ୍ରଙ୍କ ଆବେଗପୂର୍ଣ୍ଣ ସମ୍ପର୍କକୁ ନେଇ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ନିର୍ମାଣ କରାଯାଇଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button