ଓଡିଶା

ରାଜ୍ୟରେ ମୌସୁମୀ ସକ୍ରିୟ: ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା – bajravana

[ad_1]

ଭୁବନେଶ୍ବର: ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ‌ବେଳେ ପୂର୍ବ ଭାଗ ଆଜି ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ପାଟଣା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦୀଘାରୁ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି। ଏବେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି ଥିବାରୁ ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ମଧ୍ୟ ହୋଇଛି।

ଆସନ୍ତାକାଲି ରାଜ୍ୟର ମୟୂରଭଞ୍ଜ, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ‌କେତେକ ସ୍ଥାନରେ ଭଲ ବର୍ଷା ହୋଇପାରେ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବ। ବର୍ଷା ସମ୍ଭାବନା ମଧ୍ୟ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୧ ଡିଗ୍ରି ଓ ରାତିର ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ରହିବ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button