ଓଡିଶା

ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ସଂପନ୍ନ: ଖାନନଗର ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର – bajravana

[ad_1]

କଟକ: ପ୍ରଖ୍ୟାତ ସାହିତ୍ୟିକ ତଥା ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। କଟକର ଖାନନଗର ଶ୍ମଶାନରେ କାଠ ଚୁଲାରେ ତାଙ୍କର ସତ୍କାର କରାଯାଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ପ୍ରଶାସନ ପକ୍ଷରୁ ଏନେଇ ପଦକ୍ଷେପ ଗ୍ରହଣ କରାଯାଇଥିଲା। ଶେଷକୃତ୍ୟ ସମୟରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଟକ ମହାନଗର ନିଗମର ମେୟର ସୁବାସ ସିଂହ, ସାହିତ୍ୟିକ ଅମରେଶ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗତ ରାତି ୯ଟାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଡ. ମହାପାତ୍ର କିଛି ଦିନ ହେଲା ଅସୁସ୍ଥ ଥିଲେ। ଜ୍ବରରେ ପଡ଼ିବା ସହ ତାଙ୍କ ହୃତ୍ସ୍ପନ୍ଦନରେ ସମସ୍ୟା ଦେଖାଦେଇଥିଲା। ଘରେ ରହି ସେ ଚିକିତ୍ସିତ ହେଉଥିଲେ। ହୃଦରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ବିଶ୍ୱଜିତ ଦାସଙ୍କ ନେତୃତ୍ବରେ ଏହି ଟିମ୍ ଡ. ମହାପାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ଗତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଗଭୀର ଶୋକପ୍ରକାଶ ପାଇଛି।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button