ରାଜ୍ୟରେ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି ଚଳିତବର୍ଷ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଛି। ଏହାସହ ଉପକୂଳ ଓ ପଶ୍ଚିମ ଓଡ଼ିଶାର ୫ରୁ ଅଧିକ ସହରର ତାପମାତ୍ରା ଆଜି ୩୫ ଡିଗ୍ରୀ ଉପରେ ରହିଛି। କଟକରେ ୩୬.୨ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୩୫.୯ ଡିଗ୍ରୀ, ବଲାଙ୍ଗିରରେ ୩୫.୨ ଡିଗ୍ରୀ ରେକର୍ଡ କରାଯାଇଛି। ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଛି। ୨୩ ତାରିଖ ରାତିରୁ ପାଗରେ ପରିବର୍ତ୍ତନ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ କହିବାନୁସାରେ ୨୪ରୁ ୨୬ ମଧ୍ୟରେ ଉତ୍ତର ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଗରମ ଅନୁଭୂତ ହେବ।
Loading...
Loading...
Share It