ନୂଆଦିଲ୍ଲୀ : ଦେଶରେ ପ୍ଲାଷ୍ଟିକ ଯୋଗୁଁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟ ସରକାର ପ୍ଲାଷ୍ଟିକକୁ ବ୍ୟାନ କରିଥିବା ବେଳେ ଅକ୍ଟୋବର ମାସ ୨ ତାରିଖ ଗାନ୍ଧୀ ଜୟନ୍ତୀ ଅର୍ଥାତ୍ ଆଜିଠାରୁ ଓଡ଼ିଶାରେ ବ୍ୟାନ ହେବ ପ୍ଲାଷ୍ଟିକ। ତେବେ ପ୍ରଥମ ପର୍ଯ୍ୟାୟରେ ୫ଟି ମହାନଗର ନିଗମ-ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର ଏବଂ ପର୍ଯ୍ୟଟନ କ୍ଷେତ୍ର ପୁରୀରେ କଡାକଡି ଭାବେ ଏହି କଟକଣା ଲାଗୁ ହେବ । ରାଜ୍ୟ ସରକାର ଡ୍ରାଫ୍ଟ ନିର୍ଦ୍ଦେଶନାମା ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ପ୍ଲାଷ୍ଟିକ ବିକ୍ରି, ଉତ୍ପାଦନ, ବ୍ୟବହାର ଓ ଗଚ୍ଛିତ ରଖିବାକୁ ନିଷେଧ ହେବ ବୋଲି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପ୍ଲାଷ୍ଟିକ ନିଷେଧ ନେଇ ସେପ୍ଟେମ୍ବର ୫ରେ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଏନେଇ ଲୋକଙ୍କ ମତାମତ ସଂଗ୍ରହ କରାଯାଇଥିଲା। ଏହାପରେ ନିର୍ଦ୍ଦେଶନାମା ଜାରି ହୋଇଛି। ଯେଉଁମାନଙ୍କ ନିକଟରେ ସରକାରଙ୍କ ଧାର୍ଯ୍ୟ ନିୟମାବଳୀ ଠାରୁ ଅଧିକ ମାଇକ୍ରନର ପଲିଥିନ୍ ଓ ପ୍ଲାଷ୍ଟିକ ସାମଗ୍ରୀ ଅଛି ତାହାକୁ ଆସନ୍ତା ମାସକ ମଧ୍ୟରେ ଶେଷ କରିବେ। ଅକ୍ଟେବାର ୨୬ ପରେ ଏହି ସାମଗ୍ରୀ ମିଳିଲେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।

ଓଡିଶାରେ ବ୍ୟାନ୍ ହେଲା ପ୍ଲାଷ୍ଟିକ୍
Share It